ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଘଟିଛି। ୬୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଭଦ୍ରକର ବାସୁଦେବପୁର ଆସନରୁ ୨ ଥର ଜନତା ଦଳ ଓ ୪ ଥର ବିଜେଡ଼ିରୁ ବିଧାୟକ ହୋଇଥିଲେ। ପରେ ୨୦୦୦-୦୬ ଓ ୨୦୧୨-୧୯ରେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ସମ୍ଭାଳିଥିଲେ ମନ୍ତ୍ରୀ ରାଉତରାୟ।
ସୂଚନା ଅନୁସାରେ ସେ କୋଭିଡରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ଥିଲେ। ବିଜୟଶ୍ରୀ ରାଉତରାୟଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ ଏବେ ବାସୁଦେପୁର ନିର୍ବାଚନ ମଣ୍ଡଳୀରେ ବିଧାୟକ ଅଛନ୍ତି।