ମିଲଖା ସିଂହଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ମୋଦୀ

ନୂଆଦିଲ୍ଲୀ: କରୋନା ଭାଇରସକୁ ମାତ ଦେଇଥିବା ମିଲଖା ସିଂହଙ୍କ ସ୍ୱାସ୍ଥ୍ୟବସ୍ଥା ପୁଣିଥରେ ବିଗିଡ଼ି ଯାଇଛି। ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନ୍ ଯୋଗେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, ମିଲଖା ସିଂହଙ୍କ ଦେହ ଗତ ମାସେ ହେବ ଭଲ ନାହିଁ। ୯୧ ବର୍ଷୀୟ ମିଲଖା ସିଂ ମେ’ ୨୦ରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପଜିଟିଭ ଚିହ୍ନଟ ହେବା ପରେ ମୋହାଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଥିବା ସମୟରେ ତାଙ୍କୁ ଶ୍ୱାସକ୍ରିୟାରେ ସମସ୍ୟା ହେବାରୁ ଆଇସିୟୁରେ ଭର୍ତ୍ତି କରିବାକୁ ପଡ଼ିଥିଲା। ମେ’ ୩୧ରେ ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଥିଲା। ମିଲଖା ସିଂଙ୍କ ପତ୍ନୀ ମଧ୍ୟ କରୋନାରେ ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।