ଭୁବନେଶ୍ୱର,ଏନ୍ଏନ୍ଏସ୍: ବହୁ କଳ୍ପନା ଜଳ୍ପନା ପରେ +୨ ପରୀକ୍ଷା ବାତିଲ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। କରୋନା ଯୋଗୁ ପରୀକ୍ଷା କରିବା ସମ୍ଭବ ହେଉନଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ପରୀକ୍ଷାଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ନବୀନ କହିଛନ୍ତି।