ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ବହୁ ଦିନ ପରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟାରେ ସୁଧାର ଆସିଛି। ଗତ ୨୪ ଘଣ୍ଟାରେ ଆଉ ୫୯୨ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରେ ଲୋକାଲରୁ ୪୮୨ ଜଣ ଚିହ୍ନଟ ହୋଇଥିବା ବେଳେ ସଂଗରୋଧ କେନ୍ଦ୍ରରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ପଟିଆରୁ ସର୍ବାଧିକ ୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୧୨୫୫ ଜଣ କୋଭିଡ ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଏଥିସହିତ ଭୁବନେଶ୍ୱରରେ ମୋଟ କୋଭିଡ ସଂକ୍ରମଣ ସଂଖ୍ୟା ୭୯ ହଜାର ୯୧୯ରେ ପହଞ୍ଚିଛି। ସେଥିରୁ ୭୦ ହଜାର ୮୨ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୩୫୧ ଜଣଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ରାଜଧାନୀରେ ୯ ହଜାର ୪୬୫ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।
Update on newly detected #COVID19 cases in the last
24 hrs under the BMC area on 5th June (till 9am). pic.twitter.com/QQxzdExCbA— BMC (@bmcbbsr) June 5, 2021