ଭୁବନେଶ୍ୱର,ଏନ୍ଏନ୍ଏସ୍: ବାତ୍ୟା ‘ୟାସ’ରେ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିଯାଇଥିଲେ। ଆସନ୍ତାକାଲି ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ଅଧ୍ୟକ୍ଷତାରେ ୭ ଜଣିଆ ଟିମ୍ ଆସିବେ। ସୋମବାର ଓ ମଙ୍ଗଳବାର ୪ ଜିଲ୍ଲା ଯଥା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଗସ୍ତ କରିବେ।