ମୁମ୍ବାଇ,ଏଜେନ୍ସି: ଲୋକପ୍ରିୟ ତଥା ବରିଷ୍ଠ ବଲିଉଡ ଅଭିନେତା ଦିଲ୍ଲୀପ କୁମାରଙ୍କୁ ମୁମ୍ବାଇର ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଖାନାରେ ଦିଲ୍ଲୀପ କୁମାରଙ୍କ ଆଡମିସନ ସମ୍ପର୍କରେ ପତ୍ନୀ ସାଇରା ବାନୁ କହିଛନ୍ତି। ଦିଲ୍ଲୀପ କୁମାରଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେଉଥିବା କାରଣରୁ ତାଙ୍କୁ ଆଜି ସକାଳ ୮ଟା ୩୦ ସମୟରେ ମହିମସ୍ଥିତ ହିନ୍ଦୁଜା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଦିଲ୍ଲୀପ କୁମାରଙ୍କ ସମସ୍ତ ପରୀକ୍ଷା ନିତିନ ଗୋଖଲେଙ୍କ ତତ୍ତ୍ୱାବଧାନରେ ନିଆଯାଉଛି ଏବଂ ସେ ଚିକିତ୍ସିତ ହେଉଛନ୍ତି। ଶୀଘ୍ର ସୁସ୍ଥ ହେବା ପାଇଁ ଆପଣ ସମସ୍ତେ ପ୍ରାର୍ଥନା କରନ୍ତୁ।