ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସମୟରେ ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାର ପ୍ୟାକେଜ ଘୋଷଣା କରିଛନ୍ତି। ସେମାନଙ୍କ ଲାଗି ୨୬ କୋଟି ୨୯ଲକ୍ଷ ୭୧ହଜାର ଟଙ୍କା ମଞ୍ଜୁର ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ମଞ୍ଜୁର କରାଯାଇଛି। ଲକଡାଉନ ଯୋଗୁ ଉଠା ଦୋକାନୀ କ୍ଷତିଗ୍ରସ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ ଘୋଷଣା କରିଛନ୍ତି। ଏହାଦ୍ୱାରା ୮୭ହଜାର ୬୫୭ ଉଠା ଦୋକାନୀ ଉପକୃତ ହେବେ ବୋଲି ଜଣାପଡ଼ିଛି।