ମାଲକାନଗିରିରେ ଆଜିଠୁ ୧୮ରୁ ୪୪ ବର୍ଷଙ୍କ ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ଆଜିିଠୁ ୧୮ରୁ ୪୪ ବର୍ଷ ମଧ୍ୟରେ ଥିବା ବ୍ୟକ୍ତି ବିଶେଷଙ୍କ ପାଇଁ କରୋନା ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହାକୁ ମାଲକାନଗିରି ଜିଲ୍ଲାପାଳ ଡା.ୱାଇ.ବିଜୟ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ଟିକାକରଣ କେନ୍ଦ୍ର ପରିଦର୍ଶନ କରି ସମସ୍ତ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ଏଥିପାଇଁ ମାଲକାନଗିରି ପୌର ପରିଷଦ ଅଞ୍ଚଳରେ ୫ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଜିଲ୍ଲା ସଦର ମହକୁମା ଚିକିତ୍ସାଳୟ ସମେତ ବି ବି ଗୁଡ଼ା ବିଦ୍ୟାଳୟ,ଏକ୍ସ ବୋର୍ଡ ଉପ୍ରା ବିଦ୍ୟାଳୟ, ବୁଟିଗୁଡ଼ା ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ କୋଭିଡ ଟିକାକରଣ କେନ୍ଦ୍ର ଖୋଲାଯିବ। ଏହି ଟିକାକରଣ କାର୍ଯ୍ୟକ୍ରମ ସକାଳ ୯ଟାରୁ ଆରମ୍ଭ ହୋଇ ସଂନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲୁ ରହିବ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରଫୁଲ କୁମାର ନନ୍ଦ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସ୍ନିଗ୍ଧା ଚୌଧୁରୀଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବହୁ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।