ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତକାଲିଠାରୁ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବଢିଥିବା ଜଣାପଡିଛି। ଗତ ୨୪ ଘଣ୍ଟାରେ ୬୦୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୯୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ରହିଥିବାବେଳେ ୨୬୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।
ଏହି ପରିପ୍ରେକ୍ଷୀରେ ଆଜି ଅନୁଗୁଳରୁ ୩୩୫, ବାଲେଶ୍ୱରରୁ ୨୮୬, ବରଗଡରୁ ୧୨୨, ଭଦ୍ରକରୁ ୨୬୨, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୭୯, କଟକରୁ ୫୩୧, ଦେବଗଡ଼ରୁ ୨୪, ଢେଙ୍କାନାଳରୁ ୨୯୧, ଗଜପତିରୁ ୩୪, ଗଞ୍ଜାମରୁ ୭୩, ଜଗତସିଂହପୁରରୁ ୧୯୬, ଯାଜପୁରରୁ ୪୦୬, ଝାରସୁଗୁଡ଼ାରୁ ୪୧, କଳାହାଣ୍ଡିରୁ ୭୦ ଓ କନ୍ଧମାଳରୁ ୭୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସେହିପରି କେନ୍ଦ୍ରାପଡାରୁ ୨୧୮, କେନ୍ଦୁଝରରୁ ୧୨୦, ଖୋର୍ଦ୍ଧାରୁ ୭୯୬, କୋରାପୁଟରୁ ୧୪୨, ମାଲକାନଗିରିରୁ ୮୫, ମୟୂରଭଞ୍ଜରୁ ୩୩୩, ନବରଙ୍ଗପୁରରୁ ୧୫୧, ନୟାଗଡ଼ରୁ ୧୯୧, ନୂଆପଡାରୁ ୨୩, ପୁରୀରୁ ୩୨୪, ରାୟଗଡ଼ାରୁ ୧୦୮, ସମ୍ବଲପୁରରୁ ୧୩୧, ସୋନପୁରରୁ ୬୫, ସୁନ୍ଦରଗଡରୁ ୨୮୩ ଓ ଷ୍ଟେଟ ପୁଲରୁ ୧୫୭ ସଂକ୍ରମିତ ରହିଛନ୍ତି।
ଏଥିସହ ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୩୧ ହଜାର ୧୨୯କୁ ବୃଦ୍ଧି ପାଇଛି। ସେପଟେ ୭ ଲକ୍ଷ ୫୬ ହଜାର ୬୪୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୭୧ ହଜାର ୩୧୨ ଜଣ ବିଭିନ୍ନ ଚିକିତ୍ସାଳୟରେ ଚିକିତ୍ସାଧୀନ ରହିଛନ୍ତି।