ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ୪୪ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩,୩୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଭୁବନେଶ୍ୱରରୁ ସର୍ବାଧିକ ୪, ବାଲେଶ୍ୱର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ରାୟଗଡ଼ା, ସୁନ୍ଦରଗଡ଼, କେଉଁଝର ଓ ବରଗଡ଼ରୁ ୩ ଲେଖାଏଁ, କଳାହାଣ୍ଡି, ଖୋର୍ଦ୍ଧା, ଅନୁଗୁଳ ଓ ଭଦ୍ରକରୁ ୨ ଲେଖାଏଁ, ବଲାଙ୍ଗିର, ପୁରୀ, ଢେଙ୍କାନାଳ, ଗଞ୍ଜାମ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।