ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୪୪ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩,୪୩୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଜୀବନ ହାରିଥିବା କରୋନା ରୋଗୀଙ୍କ ମଧ୍ୟରେ ଭୁବନେଶ୍ୱର,ପୁରୀ ଓ ଗଞ୍ଜାମରୁ ୪ ଲେଖାଏଁ, କଟକ, ଜଗତସିଂହପୁର, କଳାହାଣ୍ଡି, ରାୟଗଡ଼ା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ୩ ଲେଖାଏଁ, ବରଗଡ଼, ବୌଦ୍ଧ ଓ ମୟୁରଭଞ୍ଜରୁ ୨ ଲେଖାଏଁ, ଢେଙ୍କାନାଳ, ଗଜପତି, କନ୍ଧମାଳ, କେଉଁଝର, ଖୋର୍ଦ୍ଧା,ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।