ରାଜ୍ୟରେ ଦିନକରେ ଆଉ ୪୦ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମ ହୋଇଥିବା ବେଳେ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟାରେ ସୁଧାର ଆସିନି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୦ ଜଣଙ୍କ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରେ କଟକ ଓ ବରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ମାଲକାନଗିରି ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।