ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୩ରୁ ୪ ଦିନ ଭିତରେ ଡିସଚାର୍ଜ ହେବେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିଛି। ସେମି ଆଇସିୟୁରେ ଥିଲେ ମଧ୍ୟ ସାଧାରଣ ୱାର୍ଡ ଭଳି ତାଙ୍କ ଚିକିତ୍ସା ଚାଲିଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ଗତ କିଛି ଦିନ ହେଲା ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ପୂର୍ବ ଅପେକ୍ଷା ବେଶ ସୁଧାର ଆସିଛି। ନିଜେ ଚାଲି ବୁଲି ପାରୁଛନ୍ତି ବୋଲି ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କୁ ଚୁଡା ଓ କଦଳୀ ଖାଇବାକୁ ଦିଆଯାଉଛି। ଏହା ସହ ଚାରି ଜଣିଆ ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି। ଦୁଇ ମାସ ତଳେ ସେ କୋଭିଡ଼ ସଂକ୍ରମିତ ହୋଇଥିଲେ। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରୁ ଏପ୍ରିଲ ୨୦ରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୫ ଦିନ ହେଲା ସେ କୋଭିଡ ନେଗେଟିଭ ଅଛନ୍ତି। ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବାବଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ସମୀକ୍ଷା କରିଥିଲେ।