ବାଲେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱର ସୋର ସବଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ଗତକାଲି ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ମେଡିକାଲ ନିଆଯାଇଥିଲା। ହେଲେ ପହଞ୍ଚିବା ପୂର୍ବରୁ ତାଙ୍କ ପ୍ରାଣବାୟୁ ଉଡିଯାଇଛି।
ମୃତ ବିଚାରାଧୀନ କଏଦୀଙ୍କ ଘର ଭଦ୍ରକ ଜିଲ୍ଲାରେ ବୋଲି ଜେଲ ପକ୍ଷରୁ ଜଣାପଡିଛି। ସେ ୨ମାସ ପୂର୍ବରୁ କରୋନା ପାଇଁ ଭଦ୍ରକରୁ ସୋର ସବଜେଲକୁ ସ୍ଥାନାନ୍ତର ହୋଇଥିଲେ। ଗତକାଲି ଅସୁସ୍ଥ ଅନୁଭବ କରିବାରୁ ରାତି ଗୋଟାଏ ବେଳେ ତାଙ୍କୁ ସୋର ମେଡିକାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି।