ପୋଖରୀରେ ବୁଡ଼ି ଜଣେ ମୃତ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଗ୍ରାମରେ ପୋଖରୀରେ ବୁଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ମାଝି ସାହିର ନବୀନ ମହାରଣା(୪୧)। ମିଳିଥିବା ରିପୋର୍ଟ ମୁତାବକ, ଆଜି ଅପରାହ୍ନରେ ନବୀନ ପୋଖରୀକୁ ଗାଧେଇବାକୁ ଯାଇ ଘରକୁ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ପୋଖରୀ ତୁଠରେ ଚପଲ, ଗାମୁଛା ଓ ସାବୁନ ଦେଖିବାକୁ ପାଇଥିଲେ। ପରେ ପୋଖରୀ ଭିତରେ ମୃତଦେହ ଭାସୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ମେଡିକାଲକୁ ପଠାଇଛି। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।