ଭୁବନେଶ୍ୱରରେ ୩୧୭ ନୂଆ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୯୧,୯୫୮କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆଉ ୩୧୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୪ଜଣ ଓ ସ୍ଥାନୀୟ ସଂକ୍ରମଣ ୨୪୩ଜଣ ରହିଛନ୍ତି। ଅନ୍ୟପଟେ ୩୩୧ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧ହଜାର ୯୫୮ ହୋଇଥିବାବେଳେ ୯୦ହଜାର ୩୨୯ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୪୮୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୧୨୮ଜଣ ଚିକିତ୍ସିତ ହେଉଛନ୍ତି।