ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି। ଆଜି ସବୁ ରେକର୍ଡ ଭାଙ୍ଗି ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି।
ଆଜି ଅନୁଗୁଳ ଜିଲାରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ ଓ ପୁରୀରୁ ୫ ଜଣ ଲେଖାଏଁ, ଗଞ୍ଜାମ, ନୟାଗଡ଼, ରାୟଗଡା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଳାହାଣ୍ଡି, କେନ୍ଦ୍ରାପଡା ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ, କଟକ, ମୟୂରଭଞ୍ଜ ଓ ଯାଜପୁରରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।