ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧାରେ ଏକ ବଡଧରଣର ଲୁଟ ହୋଇଥିବା ଅଭିଯୋଗ ଆସିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଆଦର୍ଶ ଥାନା ଅଞ୍ଚଳର ଗୁରୁଜଙ୍ଗ ପତିତପାବନ ଛକରେ ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ ହୋଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, କିଛି ଲୁଟେରା ପଟ୍ଟନାୟକ ଜୁଏଲର୍ସର ସଟର ଭାଙ୍ଗି ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଗହଣା ଲୁଟି ନେଇଛନ୍ତି। ଏନେଇ ଖୋର୍ଦ୍ଧା ଆଦର୍ଶ ଥାନାରେ ଜୁଏଲର୍ସର ମାଲିକ ଏତଲା ଦେଇଛନ୍ତି। ଆଦର୍ଶ ଥାନା ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି। ତେବେ କେଉଁମାନେ ଏହି ଲୁଟ୍ ଘଟଣାରେ ସଂପୃକ୍ତ ଅଛନ୍ତି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ।