କଟକ,ଏନ୍ଏନ୍ଏସ୍: କଟକ ଏସସିବି ମେଡିକାଲରେ ୯ଟି ଇକମୋ ମେସିନ ଲାଗିବ। ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଉକ୍ତ ୯ଟି ମେସିନରୁ ୬ଟି ରାଜ୍ୟ ସରକାରଙ୍କ ପାଣ୍ଠି ଓ ୩ଟି ସିଏସଆରରୁ କିଣାଯିବ। ଇକମୋ ପରିଚାଳନା ପାଇଁ ଆବଶ୍ୟକ ବିଶେଷଜ୍ଞ ଚୟନ ସରିଛି। ସେମାନଙ୍କୁ ଟ୍ରେନିଂ ଦେବା ପାଇଁ କୋଲକାତା ପଠାଯିବ। ଜୁଲାଇ ୩୧ ସୁଦ୍ଧା ଟ୍ରେନିଂ ସରିବ ଓ ଅଗଷ୍ଟ ୧୫ରୁ ଇକମୋ କାର୍ଯ୍ୟକ୍ଷମ ହେବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।