ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

  • ଭୁବନେଶ୍ୱର: ମୋଦି ସରକାର ଦ୍ୱିତୀୟ ପାଳିରେ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ କରିଛନ୍ତି। ଏହି ନୂଆ ମନ୍ତ୍ରୀମଣ୍ଡଳରେ ଓଡ଼ିଶାରୁ ୨ ଜଣଙ୍କୁ ସ୍ଥାନ ମିଳିଛି। ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ ମନ୍ତ୍ରୀଭାବେ ଶପଥ ନେଇଥିବାବେଳେ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ସ୍ୱରାଷ୍ଟ୍ର ମନ୍ତ୍ରୀଭାବେ ଶପଥ ନେଇଛନ୍ତି। ଏଥିପାଇଁ ଉଭୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତିି।