ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ ମୟୂରଭଞ୍ଜରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।