ଭୁବନେଶ୍ୱର,ଏନ୍ଏନ୍ଏସ୍: ଏବେ ରାଜ୍ୟରେ ପ୍ରକୃତରେ ଦୋଳି ଖେଳୁଛି କରୋନା ମହାମାରୀ। କେତେବେଳେ ସଂକ୍ରମଣ ସଂଖ୍ୟା କମୁଛି ତ ଆଉ କେତେବେଳେ ପୁଣି ଦୈନିକ ସଂକ୍ରମଣ ବଢି ଭୟ ବଢାଉଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୮୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬କୁ ବୃଦ୍ଧି ପାଇଛି।
ଏହି ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୬୧୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୯୩ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ସେହିପରି ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଳାରୁ ୫୯୦ ଜଣ ଚିହ୍ନଟ ହୋଇଛନ୍ତି। କଟକରୁ ୪୪୧ ଜଣ, ଅନୁଗୋଳରୁ ୧୦୨, ବାଲେଶ୍ୱରରୁ ୧୫୩, ବରଗଡରୁ ୩୩, ଭଦ୍ରକରୁ ୮୩, ବଲାଙ୍ଗିରରୁ ୧୦, ବୌଦ୍ଧରୁ ୯, ଦେବଗଡରୁ ୪, ଢେଙ୍କାନାଳରୁ ୧୨୪, ଗଜପତିରୁ ୬, ଗଞ୍ଜାମରୁ ୧୯, ଜଗତସିଂହପୁରୁ ୧୧୯, ଯାଜପୁରରୁ ୨୫୨, ଝାରସୁଗୁଡାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭, କେନ୍ଦ୍ରାପଡାରୁ ୫୭, କେନ୍ଦୁଝରରୁ ୭୨, କୋରାପୁଟରୁ ୨୯, ମାଲକାନାଗିରିରୁ ୩୫, ମୟୂରଭଞ୍ଜରୁ ୧୦୯, ନବରଙ୍ଗପୁରରୁ ୨୦, ନୟାଗଡରୁ ୮୬, ନୂଆପଡାରୁ ୭, ପୁରୀରୁ ୧୩୮, ରାୟଗଡାରୁ ୩୦, ସମ୍ବଲପୁରରୁ ୨୬, ସୁବର୍ଣ୍ଣପୁରରୁ ୧୬, ସୁନ୍ଦରଗଡରୁ ୬୫ ଏବଂ ଷ୍ଟେଟ୍ ପୁଲରୁ ୧୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଟୁଇଟ କରି ସୂଚନା ଦିଆଯାଇଛି।