ରାଜ୍ୟରେ ରେକର୍ଡ ଭାଙ୍ଗୁଛି କୋଭିଡ ମୃତ୍ୟୁ: ଆଉ ୬୧ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଏବେ ଧିରେ ଧିରେ ବିସ୍ଫୋଟକ ରୂପ ନେଉଛି କରୋନା ମୃତ୍ୟୁ ସଂଖ୍ୟା। ଏବେ ପୁଣି ରାଜ୍ୟରେ ୬୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ଯେ ଏହି ତଥ୍ୟ ଗତ ୨୪ ଘଣ୍ଟାର କିମ୍ବା ରିଅଲ ଟାଇମ୍ ଡେଟା ନୁହେଁ। ଯାହାକୁ ନେଇ ଦ୍ୱନ୍ଦ ଅଧିକ ବଢିଛି।

ରାଜ୍ୟରେ କରୋନାର ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି ଯାହାକୁ ନେଇ ଭୟରେ ରାଜ୍ୟବାସୀ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏବେ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁ ସଂଖ୍ୟା ୪ ହଜାର ୪୭୬କୁ ବୃଦ୍ଧି ପାଇଛି।