ଶ୍ରୀନଗର,ଏଜେନ୍ସି: ଜମ୍ମୁ-କଶ୍ମୀରରେ ପୁଣିଥରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଉଭୟ ପକ୍ଷ ମଧ୍ୟରେ ୩ ଥର ଏନକାଉଣ୍ଟର ହୋଇଛି। ପୁଲିସ ଓ ସୁରକ୍ଷାବାହିନୀଙ୍କ ମିଳିତ ଅପରେସନ ଜାରି ରହିଛି। ରେୱାଡି ଅଞ୍ଚଳରେ କିଛି ଆତଙ୍କୀ ଲୁଚି ଥିବା ଖବର ପାଇବା ପରେ ପୁଲିସ ଓ ସେନା ପକ୍ଷରୁ ଏହି ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିବା ଟୁଇଟ କରି କହିଛନ୍ତି କାଶ୍ମୀର ଜୋନ ପୁଲିସ।
ପୁଲିସର ସୂଚନା ଅନୁସାରେ, ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ସେହିପରି ଗୁରୁବାର ଦକ୍ଷିଣ କଶ୍ମୀରର ଦୁଇଟି ଅଞ୍ଚଳରେ ଏନକାଉଣ୍ଟର ହୋଇଥିଲା। ଏଥିରେ ୫ ଜଣ ଆତଙ୍କବାଦୀ ନିହତ ହୋଇଥିଲେ।