କରୋନା ନେଲା ଆଉ ୫୭ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ଆଉ ୫୭ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତକଙ୍କ ସଂଖ୍ୟା ୪,୫୩୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ବରଗଡ଼ ଓ ପୁରୀରୁ ୭ଲେଖାଏଁ, ଭୁବନେଶ୍ୱର, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୬ ଲେଖାଏଁ, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, କେନ୍ଦ୍ରାପଡ଼ାରୁ ୩, କଟକ, କେଉଁଝର, ନୟାଗଡ଼ ଓ ଢ଼େଙ୍କାନାଳରୁ ୨ଲେଖାଏଁ, ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।