ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍, ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,ଏନ୍ଏନ୍ଏସ୍: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍। ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ଜଳଭଣ୍ଡାରରେ କ୍ରମାଗତ ଭାବେ ଜଳସ୍ତର ବଢୁଥିବାରୁ ଜଳଭଣ୍ଡାରର ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନେଇଥିଲେ ଡ୍ୟାମ୍ କର୍ତ୍ତୃପକ୍ଷ। ପ୍ରଥମେ ୭ ନମ୍ବର ଗେଟ୍ ଖୋଲିଥିବା ବେଳେ ପର୍ଯ୍ୟାୟକ୍ରମେ ୨ଟି ଗେଟ୍ ଖୋଲିଛି। ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଆଉ କେତୋଟି ଗେଟ୍ ଖୋଲିବ ସେନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ।

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଉଥିବାରୁ ତଳମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ। ଫଳରେ ନଦୀ ଭିତରକୁ ଯିବା ପାଇଁ ବାରଣ କରାଯାଇଛି।