ବଲେରୋ-ବାଇକ ମୁହାଁମୁହିଁ : ୨ ମୃତ

ନୂଆପଡ଼ା,ଏନ୍ଏନ୍ଏସ୍: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ଜଡ଼ାମୁଣ୍ଡା ଗାଁ ନିକଟରେ ଆଜି ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଲେରୋ-ବାଇକ ମୁହାଁମୁହିଁ ହେବା ଫଳରେ ୨ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକଦ୍ୱୟ ହେଲେ ପଲସିପାଣି ସାଲେପଡ଼ା ଗାଁର ଲୋକନାଥ ଶବର ଓ ଟିମନ ଶବର। ତେବେ ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ।