ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେସନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୯ଟି କାର୍ଯ୍ୟ ଦିବସ ଅନୁଷ୍ଠିତ ହେବ। ଏନେଇ ଆଜି ଲୋକସଭା ବାଚସ୍ପତି ଓମ୍ ବିର୍ଲା ସୂଚନା ଦେଇଛନ୍ତି।
ବାଚସ୍ପତି ଓମ୍ ବିର୍ଲା କହିଛନ୍ତି ଯେ, ସମସ୍ତ ସଦସ୍ୟ ଓ ମିଡିଆକୁ କୋଭିଡ ନିୟମାନୁସାରେ ଅନୁମତି ପ୍ରଦାନ କରାଯିବ। ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ ନୁହେଁ। କିନ୍ତୁ ଯେଉଁମାନେ ଟିକାକରଣ କରିନଥିବେ ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ପଡ଼ିବ।