ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୫୬ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୫,୧୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୩, ସୁନ୍ଦରଗଡ଼ରୁ ୮, ବରଗଡ଼, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ୬ ଲେଖାଏଁ, କେଉଁଝର, ପୁରୀ ଓ କେନ୍ଦ୍ରାପଡ଼ାରୁ ୩ ଲେଖାଏଁ, ମାଲକାନଗିରିରୁ ୨, ଦେଓଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚରକ୍ତଚାପରେ ପୀଡ଼ିତ ଥିଲେ।