ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲର ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଶ୍ରୀ ରାୟଙ୍କ ଝାରସୁଗୁଡ଼ା ବାସଭବନ ସମେତ ୬ଟି ସ୍ଥାନରେ ଏକା ସାଙ୍ଗରେ ଭିଜିଲାନ୍ସ ଚଢ଼ଉ କରିଛି। ଝାରସୁଗୁଡ଼ା ଏଲ ଏନ୍ କଲେଜ ପାଖ ବାସଭବନ ସମେତ ଆଉ ଏକ ଘର, ସୁନ୍ଦରଗଡ଼ରେ ତାଙ୍କ ସ୍ତ୍ରୀ କାର୍ଯ୍ୟ କରୁଥିବା ଏମଆଇ ଅଫିସ୍, କେନ୍ଦ୍ରାପଡ଼ା ବାସଭବନ, ଭବାନୀପାଟଣାରେ ଥିବା ସରକାରୀ ବାସଭବନ ଓ ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରି ଖୋଲତାଡ଼ ଜାରି ରଖିଥିବା ଜଣାପଡ଼ିଛି।