ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୭ ଯାଏ ରାଜ୍ୟରେ ବର୍ଷା, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଫଳରେ ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହା ସହ ଆଜି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ୧୬ ଜିଲ୍ଲାରେ ମଧ୍ୟରେ ରହିଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ସମ୍ବଲପୁର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଦେବଗଡ଼।

ଆସନ୍ତା ୨୭ ତାରିଖରେ ଆଉ ଏକ ଲଘୁଚାପ ବଳୟ ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପ ଘନୀଭୂତ ହେବାର ଆଶଙ୍କା କରିଛି ପାଣିପାଗ ବିଭାଗ। ଏହି ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ଘନୀଭୂତ ହେବାର ସମ୍ଭାବନା ରହିଛି।