- ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊଦ୍ଧ୍ୱର୍ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ,ସମ୍ବଲପୁର,ବରଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
ଏଥିସହିତ ୨୭ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାବତ ଚାନ୍ଦବାଲିରେ ସର୍ବାଧିକ ୩୩.୭ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରୀ ତାପମାତ୍ରା ରହିଛି।