ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୯,୬୯,୧୮୫ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୧୬୩୭ ସଂକମିତଙ୍କ ମଧ୍ୟରୁ ୯୪୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୮୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହା ସହିତ ଗତ ୨୪ ଘଣ୍ଟାରେ ୨୧୦୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ଏହାକୁ ମିଶାଇ ସୁସ୍ଥ ତାଲିକା ୯,୪୫,୧୭୭ ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୦୦, ବାଲେଶ୍ୱରର ୫୭, ବରଗଡ଼ରୁ ୧୧, ଭଦ୍ରକରୁ ୭୧, ବଲାଙ୍ଗିରରୁ ୮, ବୌଦ୍ଧରୁ ୯, କଟକରୁ ୨୫୦, ଦେଓଗଡରୁ ୪, ଢେଙ୍କାନାଳରୁ ୫୦, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୮୫, ଯାଜପୁର ୮୦, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୩୬, କେନ୍ଦ୍ରାପଡାରୁ ୭୬, କେନ୍ଦୁଝରରୁ୧୮, ଖୋର୍ଦ୍ଧାରୁ ୩୫୦, କୋରାପୁଟରୁ ୯, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୭୫, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୯, ନୁଆପଡାରୁ ୧୪, ପୁରୀରୁ ୭୮, ରାୟାଗଡାରୁ ୧୪, ସମ୍ବଲପୁରରୁ ୧୩, ସୋନପୁରରୁ ୧୧, ସୁନ୍ଦରଗଡ଼ରୁ ୬୧ ଏବଂ ରାଜ୍ୟ ପୁଲରୁ ୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।