ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନା ନେଲା ୬୨ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ରହିଛନ୍ତି। କେନ୍ଦୁଝର ଜିଲ୍ଲାରୁ ୪ ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ ଜଣ ରହିଛନ୍ତି। ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।