ଭୁବନେଶ୍ୱରରେ ୨୩୩ କରୋନାରେ ସଂକ୍ରମିତ: ସଂଖ୍ୟା ୯୮ହଜାର ୫୮୫କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ୨୩୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୫୫ଜଣ ଓ ସ୍ଥାନୀୟ ସଂକ୍ରମଣ ୧୭୮ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ହଜାର ୫୮୫କୁ ବୃଦ୍ଧି ପାଇଛି। ଅନ୍ୟପଟେ ୧୮୦ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ହଜାର ୫୮୫ ହୋଇଥିବାବେଳେ ୯୫ହଜାର ୭୨୦ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୭୭୯ଜଣଙ୍କର ମୃତ୍ୟୁ ଘଟିଛି ଓ ୨୦୬୫ଜଣ ଚିକିତ୍ସିତ ହେଉଛନ୍ତି।