୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୭ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୨ ଜଣ, ବାଲେଶ୍ୱରରୁ ୯୮, ବରଗଡ଼ରୁ ୫, ଭଦ୍ରକରୁ ୬୦, ବଲାଙ୍ଗିରରୁ ୭, ବୌଦ୍ଧରୁ ୧୧, କଟକରୁ ୨୨୯, ଦେବଗଡ଼ରୁ ୯, ଢେଙ୍କାନାଳରୁ ୩୦, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୯୬, ଯାଜପୁରରୁ ୭୦, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୪୦, କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୪୪୨, କୋରାପୁଟରୁ ୪, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୮, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୪୨, ନୂଆପଡ଼ାରୁ ୫, ପୁରୀରୁ ୧୨୩, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୬, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ ପୁଲରୁ ୯୪ ଜଣ ରହିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୧୩୨ରେ ପହଞ୍ଚିଛି। ସେଥିରୁ ୧୭ ହଜାର ୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୧ ହଜାର ୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।