କଟକରେ କାଲିଠୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

କଟକ,ଏନ୍ଏନ୍ଏସ୍: କଟକ ଜିଲ୍ଲାରେ ଆସନ୍ତାକାଲିଠାରୁ ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ କଟକଣା ମଧ୍ୟରେ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି। ହେଲେ କଟକ ସହରରେ ମନ୍ଦିର ଖୋଲିବ କି ନାହିଁ ସିଏମସି ନିଷ୍ପତ୍ତି ନେବ ବୋଲି ଜଣାପଡ଼ିଛି।