- ଭୁବନେଶ୍ୱର: ଆସନ୍ତା ୯ ତାରିଖରୁ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। କେବଳ ଶେଷ ବର୍ଷ ପାଇଁ ହେବ ଅଫ୍ଲାଇନ୍ କ୍ଲାସ। କଲେଜ ପରିସର ସଫା ସହ ବିଶୋଧନ କରିବାକୁ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ପ୍ରକୋପ ସାମାନ୍ୟ କମିଥିବାରୁ ଧୀରେ ଧୀରେ ଖୋଲୁଛି ଶିକ୍ଷାନୁଷ୍ଠାନ। ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିସାରିଛି। କରୋନା ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି। ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। କୋଭିଡ ଗାଇଡଲାଇନ ଅନୁଯାୟୀ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟର କ୍ଲାସ ହେବ। ସାମାଜିକ ଦୂରତା ଅବଳମ୍ବନ କରାଯିବ। ଲାବରୋଟୋରୀକୁ ସମ୍ପୂର୍ଣ୍ଣ ବିଶୋଧନ କରିବାକୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି।