ନୂଆପଡ଼ା,ଏନ୍ଏନ୍ଏସ୍: ରାଜ୍ୟରେ ଦୁର୍ନୀତି ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭିଜିଲାନ୍ସ ଜାଲରେ ଫସିଛନ୍ତି ନୂଆପଡ଼ା ମୁଖ୍ୟ ପ୍ରାଣୀଧନ ଚିକିତ୍ସାଧିକାରୀ। ନୂଆପଡ଼ା ସିଡିଭିଓ ତ୍ରିଲୋଚନ ଧଳଙ୍କ ଘରେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ। ଏହା ବ୍ୟତୀତ ତ୍ରିଲୋଚନଙ୍କ କାର୍ଯ୍ୟାଳୟ, ସରକାରୀ ଘର ଓ ନରାଜ ସ୍ଥିତ ପୈତୃକ ବାସଭବନରେ ଭିଜିଲାନ୍ସ ରେଡ ହୋଇଛି।
ତେବେ ସିଡିଭିଓ ତ୍ରିଲୋଚନ ଧଳଙ୍କ ଗାଡ଼ିରୁ ୨ ଲକ୍ଷ ୭୭ ହଜାର ଟଙ୍କା ଜବତ ପରେ ଏଭଳି ପଦକ୍ଷେପ ନିଆଯାଇଛି। ସରକାରୀ ଗାଡ଼ିରେ ଯାଉଥିବା ବେଳେ ସିଡିଭିଓ ତ୍ରିଲୋଚନଙ୍କ ଠାରୁ ଏହି ଟଙ୍କା ଜବତ ହୋଇଥିଲା। କିନ୍ତୁ ସିଡିଭିଓ ଜବତ ହୋଇଥିବା ଟଙ୍କାର ହିସାବ ଦେଇପାରିନଥିବା ସୂଚନା ମିଳିଛି।