ଦ୍ୱାରଶୁଣୀ ଘାଟିରେ ୧୦୦ ଫୁଟ ତଳକୁ ଖସିଲା ଟ୍ରକ୍: ଡ୍ରାଇଭର ଓ ହେଲପର ମୃତ, ଜଣେ ଆହତ

ବାରିପଦା,ଏନ୍ଏନ୍ଏସ୍: ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ଦୁର୍ଘଟଣା। ଆଜି ସକାଳେ ଭାରସାମ୍ୟ ହରାଇ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ୍। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ନାସିକରୁ ପିଆଜ ଆଣି ପଶ୍ଚିମବଙ୍ଗ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା।

ମୃତକ ଦୁଇ ଜଣ ହେଉଛନ୍ତି ଗାଡିର ଡ୍ରାଇଭର ଓ ହେଲପର। ଆହତ ଜଣଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବାଙ୍ଗିରିପୋଷି ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।