ଭୁବନେଶ୍ୱର,ଏନ୍ଏନ୍ଏସ୍: ଅଗଷ୍ଟ ୧୫ ତାରିଖରେ ବଙ୍ଗୋପସାଗରରେ ଘୁର୍ଣ୍ଣି ବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ ୧ରୁ ଆଜିପର୍ଯ୍ୟନ୍ତ ରାଜ୍ୟର ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ରାଜ୍ୟରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଏମିତି ନିଅଣ୍ଟିଆ ବର୍ଷା ସ୍ଥିତି ଲାଗି ରହିବ ବୋଲି ଜଣାପଡ଼ିଛି।