ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୨ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୩୫୪ଟି ଲୋକାଲ୍ କେସ୍ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୦ ଜଣ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗିର ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ ଜଣ, ଦେବଗଡ଼ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଯାଜପୁର ଜିଲ୍ଲାରୁ ୩୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୧ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୩୧ ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଜଣ, ଷ୍ଟେଟ ପୁଲ୍ରୁ ୭୮ ଜଣ ରହିଛନ୍ତି।
ତେବେ ରାଜ୍ୟରେ ବର୍ତ୍ତମାନ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭ ହଜାର ୩୪୬ଟି ଆକ୍ଟିଭ୍ କେସ୍ ରହିଛି। ସେହିପରି ୯ ଲକ୍ଷ ୯୪ ହଜାର ୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।