ଜଳେଶ୍ୱର,ଏନ୍ଏନ୍ଏସ୍: ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଦେଇ ପ୍ରବାହିତ ହେଉଥିବା ଜଳକା ନଦୀର ଜଳସ୍ତର ଏବେ ବିପଦ ସଙ୍କେତ ଛୁଇଁଛି। ବସ୍ତା ବ୍ଲକର ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୫.୫ ମିଟର ରହିଛି। ମାତ୍ର ସକାଳ ୬ଟା ମଧ୍ୟରେ ୫.୬ ମିଟର ଜଳ ପ୍ରବାହିତ ହେଉଛି। ଫଳରେ ବସ୍ତା ବ୍ଲକର ମଥାନି ବାହାର୍ଦା, ଦୁଧହାଂସା, ସଦାନନ୍ଦପୁର, ବରୁଣଗଡିଆ, ଚକୁରାଇ ସମେତ ସଦର ବ୍ଲକର ୨ଟି ପଞ୍ଚାୟତରେ ବନ୍ୟା ହେବାର ଆଶଙ୍କା ଦେଖାଦେଇଛି।
ସୂଚନା ଅନୁସାରେ ଲୋ ପ୍ରେସରର ପ୍ରଭାବରେ ଗତ କିଛି ଦିନ ହେବ ରାଜ୍ୟର ଉପର ମୁଣ୍ଡରେ ବର୍ଷା ଲାଗି ରହିଛି। ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ବିଭିନ୍ନ ନଦୀରେ ବନ୍ୟା ଆଶଙ୍କା କରାଯାଉଛି।