Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଗୃହ ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଗୃହ ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହଟ୍ଟଗୋଳ। ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମୁଲତବୀ ଘୋଷଣା କରିଛନ୍ତି। ପ୍ରଥମେ ଗୃହ କାର୍ଯ୍ୟ ଆରମ୍ଭକରି କଂଗ୍ରେସ ହଟ୍ଟଗୋଳ କରିଥିଲେ। ଫଳରେ ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ ରହିଥିଲା। ପରେ ପୁଣି ଥରେ ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ନହେଉଣୁ ମୁଲତବୀ ଘୋଷଣା କରାଯାଇଛି।

ଖଣି ଦୁର୍ନୀତି ପ୍ରସଙ୍ଗ କଂଗ୍ରେସ ଆଣିଥିଲା। ମାତ୍ର ଏହାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗ୍ରହଣ କରିନଥିଲେ। ଏନେଇ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ। ବିଜେପି ସଦସ୍ୟମାନେ ବି ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଯାହାଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ଗତକାଲି ବିଧାନସଭା ଶୂନ୍ୟକାଳରେ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ ଉଠିଥିଲା। ଏହି ପ୍ରସଙ୍ଗ ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ ଉଠାଇଥିଲେ। ଅନ୍ୟପଟେ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ମଧ୍ୟ ଗୃହରେ ଉଠିଥିଲା। ଚାଷୀ ଆତ୍ମହତ୍ୟା ପ୍ରସଙ୍ଗରେ ମନ୍ତ୍ରୀଙ୍କ ବିବୃତି ଉପରେ ସ୍ୱାଧିକାର ଭଙ୍ଗ ପ୍ରସ୍ତାବ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଣିଥିଲେ।