ଆସନ୍ତା ୨୨ରେ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ: ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବେ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଗସ୍ତରେ ଯିବେ। ପ୍ରଥମେ ମାଲକାନାଗିରି ପରେ ସୁନ୍ଦରଗଡ ଆଉ ଏବେ ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ।

ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟରେ ଯୋଗ ଦେବା ସହିତ ବଲାଙ୍ଗିର ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିବେ ବୋଲି ଜଣାପଡିଛି। ଏହି ପରିପ୍ରେକ୍ଷୀରେ ପ୍ରାୟ ୩୦୦ କୋଟି ଟଙ୍କା ପ୍ରକଳ୍ପର ଶିଳ୍ୟାନାସ ଓ ଉଦଘାନକ କରିବେ। ଏନେଇ ଆସନ୍ତା ୨୨ ତାରିଖରେ ଟିଟଲାଗଡ, ପାଟଣାଗଡ ଓ ବଲାଙ୍ଗିର ସହରର ବିଭିନ୍ନ କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି।

ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବା ବେଳେ ଏବେ ଠାରୁ ରଣନୀତି ପ୍ରସ୍ତୁତ କରିଛି ବିଜେଡି। ବିଭିନ୍ନ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନିଜେ ଗସ୍ତ କରି ଲୋକଙ୍କ ବିଶ୍ୱାସଭାଜନ ହେବାକୁ ଚେଷ୍ଟା ଜାରି ରହିଛି।