ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନରୁ ଓ ୨୬୧ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୫ ଜଣ ରହିଛନ୍ତି।
ସେହିପରି ଅନୁଗୁଳରୁ ୧୩ ଜଣ, ବାଲେସୋରରୁ ୨୮, ବରଗଡରୁ ୩, ଭଦ୍ରକରୁ ୧୩, କଟକରୁ ୭୪, ଦେବଗଡ଼ରୁ ୨, ଢ଼େଙ୍କାନାଳରୁ ୭, ଗଜପତିରୁ ୧, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୬, କାଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧୦, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨୭୨, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୪, ପୁରୀରୁ ୭, ରାୟଗଡାରୁ ୧, ସମ୍ବଲପୁରରୁ ୧୫, ସୋନପୁରରୁ ୧, ସୁନ୍ଦରଗଡରୁ ୬ ଓ ରାଜ୍ୟ ପୁଲରୁ ୬୩ ଜଣ ରହିଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୬ ହଜାର ୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ହଜାର ୭୩୬ ଜଣ ଚିକିତ୍ସାଧୀନ ଅଛନ୍ତି।