ଭୁବନେଶ୍ୱର,ଏନ୍ଏନ୍ଏସ୍: ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ରାଜ୍ୟ ସରକାର ୪ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ୱାର୍କିଂ ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ୪ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି।
