ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଚିବ, ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭିଉ’ର ପୂର୍ବତନ ସଂପାଦକ, ପ୍ରଫେସର ରାଜକିଶୋର ମିଶ୍ରଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ରାଜଧାନୀ ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରାଜକିଶୋର।
ରାଜକିଶୋର ଶାରଳା ପୁରସ୍କାର ଚୟନ କମିଟିର ସମ୍ପାଦକ ଭାବେ କାର୍ଯ୍ୟ କରୁଥିବା ବେଳେ ରେଭେନ୍ସା ମହାବିଦ୍ୟାଳୟରେ ଜଣେ ଇଂରାଜୀ ଅଧ୍ୟାପକ ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ। ଏହାସହିତ ସେ ଜ୍ୟୋତିଷ ଶାସ୍ତ୍ରରେ ମଧ୍ୟ ରୁଚି ରଖୁଥିଲେ। ସେ ୧୯୪୨ ମସିହା ଜାନୁଆରୀ ୧୫ ତାରିଖରେ ଜଗତସିଂହପୁରର ଆଳି ପିଙ୍ଗଳ ଅଞ୍ଚଳରେ ଜନ୍ମଗ୍ରହଣ କରିଥିଲେ। ଏହାସହିତ ସେ ଓଡ଼ିଆ ଭାଷାକୋଷ ସମେତ ମଧୁବାବୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଜିଲ୍ଲା ଗେଜେଟିୟର ଆଦି ରଚନା କରିଥିଲେ। ଓଡ଼ିଆ ସାହିତ୍ୟ ଜଗତକୁ ତାଙ୍କର ଅନେକ ଅନୁଦାନ ରହିଛି।