ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୫୯୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ସଂକ୍ରମିତଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୪ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୮୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୯ ଜଣ, ଖୋର୍ଦ୍ଧାରୁ ୨୯୦ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୨୩ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ, ଷ୍ଟେଟ ପୁଲ୍‌ରୁ ୬୬ ଜଣ ରହିଛନ୍ତି।

ରାଜ୍ୟରେ ମୋଟ୍ ୧୦ ଲକ୍ଷ ୨୯ ହଜାର ୪୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪ ହଜାର ୯୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦ ଲକ୍ଷ ୧୬ ହଜାର ୧୬୫ଜଣ ସୁସ୍ଥ ହୋଇଛନ୍ତି।