ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୬୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୨୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।